August 22, 2026

Now Odisha

Now Odisha

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

Spread the love

ପୁଣି ଏକ ଲଘୁଚାପ ସମ୍ଭାବନା: ୨୧ ଜିଲାକୁ ଝଡ଼ବର୍ଷା ସତର୍କତା

୪ଦିନ ହେବ ରାଜ୍ୟରେ ବର୍ଷା ନ ଥିବାବେଳେ ଖରା ଓ ଗୁଳୁଗୁଳି ଜାରି ରହିଛି। ଏପରିସ୍ଥିତିରେ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏଥିପାଇଁ ପାଗ ଅନୁକୂଳ ହେଉଥିବାବେଳେ ୨୧ ଜିଲାକୁ ଝଡ଼ବର୍ଷା ନେଇ ସତର୍କ କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପାଗ ଶୁଖିଲା ରହିବା ସହିତ ତାପମାତ୍ରା ଅଧିକ ରହିଥିଲା। ତେବେ ଶନିବାରଠାରୁ ଆସନ୍ତା ୬ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ବିଶେଷକରି କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାକୁ ପ୍ରବଳ ବର୍ଷା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ କରାଯାଇଛି। ସେହପରି ଶନିବାର ମଧ୍ୟ ସୁନ୍ଦରଗଡ଼, ବରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବଲାଙ୍ଗୀର, କଳାହାଣ୍ଡି ଜିଲାକୁ ପ୍ରବଳ ବର୍ଷା ପାଇଁ ଏବଂ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, ଝାରସୁଗୁଡା, ବରଗଡ଼, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଏବଂ ନୟାଗଡ଼ ଜିଲାକୁ ଝଡ଼ବର୍ଷା ପାଇଁ ସତର୍କ ସୂଚନା ଦିଆଯାଇଛି।

error: Content is protected !!