August 25, 2026

Now Odisha

Now Odisha

ପୁଣି ଲଘୁଚାପ: ୨୮ରୁ ଆହୁରି ବଢ଼ିବ ବର୍ଷା,

Spread the love

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଉତ୍ତର ପଶ୍ଚିମ ଆଡ଼କୁ ଗତି କରିବା ସହ ଝାଡ଼ଖଣ୍ଡ ଓ ଉତ୍ତର ଓଡ଼ିଶା ଦେଇ ଅତିକ୍ରମ କରିବ। ତେବେ ଏହାପରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୮ ତାରିଖ ସୁଦ୍ଧା ଉତ୍ତରପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହୋଇପାରେ। ୩୦ ତାରିଖ ବେଳକୁ ଏହି ସିଷ୍ଟମ ଘନୀଭୂତ ହୋଇ ଲଘୁଚାପ ରୂପ ନେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। ବୁଧବାର ରାଜ୍ୟରେ ବର୍ଷାର କୌଣସି ପ୍ରଭାବ ନ ଥିବାବେଳେ ଗୁରୁବାରଠାରୁ ପୁଣି ବର୍ଷା ପରିମାଣ ବଢିବ ଏବଂ ୩୧ ପର୍ଯ୍ୟନ୍ତ ପ୍ରବଳ ବର୍ଷା ଲାଗି ରହିବ। ଗୁରୁବାର କେନ୍ଦୁଝର ଓ ମୟୂରଭଞ୍ଜ ଜିଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ନିଂ ଥିବାବେଳେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, ନୟାଗଡ଼ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବ। ତେବେ ସମ୍ଭାବ୍ୟ ଲଘୁଚାପ ସୃଷ୍ଟି ହେଲେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ବିଶେଷକରି ୨୮ ତାରିଖଠାରୁ ରାଜ୍ୟରେ ବର୍ଷାର ବିସ୍ତୃତି ବଢିବ ବୋଲି ସୂଚନା ଦିଆଯାଇଛି।

error: Content is protected !!